Skip to main content

କହ୍ନେଇ ଆସିଛି ପୁରୀ







ବଉଳଲୋ ବୁଲିଯିବା ପୁରୀ ସହର
ପୁରୀରେ କହ୍ନେଇ ପରା ତୋଳିଛି ଘର ।

ବଉଳଲୋ.....

ଯମୁନା କରିଛି ସିଏ ମହୋଦଧିକୁ
କଦମ୍ବ କରିଛି ସିଏ କଳ୍ପ ବଟକୁ
କୁଞ୍ଜବନ କରିଛି ସେ ଶିରିମନ୍ଦିର
କହ୍ନେଇରୁ ଜଗନ୍ନାଥ ଅବତାର
ବୁଝିକି ପାରିବ କିଏ ମାୟାକୁ ତା’ର ।
ବଉଳଲୋ.....

ଲକ୍ଷ୍ମୀ ସାଆନ୍ତାଣୀ ନିଜେ ରାଧିକାରାଣୀ
ମନଜାଣି ବାଢୁଛନ୍ତି ଟଙ୍କ ତୋରାଣୀ
ଛପନ ଭୋଗୀ ସେ ଖାଏ ଛପନ ଭୋଗ
ଷାଠିଏ ପଉଟି ତାର ରନ୍ଧାଟି ଆଗ
ଯେତେ ପଣ୍ଡା ପଢିହାରୀ ସତେ ଅବା
ଗୋପ ନାରୀ ବଳରାମ ଭାଇ
ସାଥେ ଅଛନ୍ତି ତା’ର ।

ବଉଳଲୋ....

©ଵିଜୟଲକ୍ଷ୍ମୀ ମହାନ୍ତି
ଶିକ୍ଷୟିତ୍ରୀ, ରାଘବପୁର ଉ.ପ୍ରା. ସ୍କୁଲ ସାଲେପୁର, କଟକ

Comments

Popular posts from this blog

ଗୁରୁ ଶିଷ୍ୟ

ଯାଠାରୁ ଯେ ବେଶି ଜାଣେ ଗୁରୁ ସେ ତାହାର, ଯୋଗ୍ଯ ସେହି ପାଇଵାକୁ ଗୁରୁ ଵ୍ଯଵହାର । ତହୁଁ ବଡ଼ ତହୁଁ ବଡ଼ ଗୁରୁ ଏ ଜଗତେ, ନିଜକୁ ଗଣଇ ଜ୍ଞାନୀ ସଦା ଶିଷ୍ୟ ମତେ । ଅନନ୍ତ ଜଗତ ଯେଣୁ ଧରି ଗୁରୁବେଶ, ମାନଵକୁ ଦେଇଥା...

ନିର୍ଲଜର ଓଡ଼ିଆ ପ୍ରତିଶବ୍ଦ

ନିର୍ଲଜର ଆମ ଭାଷାରେ ଅନେକ ପ୍ରତିଶବ୍ଦ ରହିଛି । ବାଲେଶ୍ଵରଵାସୀ "ଅଲଜ୍ୟା କୁହନ୍ତି ତ କଟକାଞ୍ଚଳରେ #ବେଲଜ୍ଯା ଶୁଣାଯାଏ । କେଉଁଠି ଅଲାଜୁକ କୁହନ୍ତି ତ କେଉଁଠି କେଉଁଠି #ବେହିଆ ମଧ୍ୟ କୁହାଯାଏ । ସାହିତ୍ୟିକ ଶ୍ରୀମାନ୍ ପ୍ରଶାନ୍ତ ଭୂୟାଁ (ପ୍ରଭୂ) ମହାଶୟ ନିର୍ଲଜର ସେଇଭଳି କିଛି ଓଡ଼ିଆ ପ୍ରତିଶବ୍ଦକୁ ପଦ୍ଯାକାରରେ ପ୍ରକାଶ କରିଛନ୍ତି । ନିମ୍ନରେ ପଦ୍ଯଟି ପ୍ରଦାନ କରାଗଲା ।     ✓✓✓✓ସମାର୍ଥବୋଧକ✓✓✓✓ ଲଜ୍ଜା ବିହୁନେ ଲଜ୍ଜାହୀନ ନିର୍ଲଜ୍ଜ ସହ ସେ ସମାନ କେବେ ସେ ହୁଅ ଅଲଜ୍ଜ ସମାର୍ଥ ଶବ୍ଦ ଦେଖ ସଜ କେବେ କେ କହେ ତ୍ୟକ୍ତଲଜ୍ଜ ଥୁବୁଡ଼ା ଯେମନ୍ତେ ନୁର୍ଲ୍ଲଜ ଦଧୃକ କେବେ କେବେ ଧିକ ନେଭଡ଼ା ଆଉ କେବେ ଧୃଷ୍ଟ ନିକଟା ନିକଟି ନିକିଟା ନିକିଟି ନିଠୁଆ ନିକୁଟା ନିର୍ଘୃଣ ନିର୍ଦ୍ଦର ନିର୍ବର ନିଲଠା ନିଲାଜ ବହଳ ବିଶର୍ମା ବିଲଜ୍ଜ ବେଜଡ଼ା ବେଲଜ୍ୟା ବେହିଆ ଅବ୍ରୀଡ଼ା ଭାଣ୍ଡ ଭାରଦା ମୁହଁଚୋରା ଭେଶିଆ ଭେଶଡ଼ା ଭେଶେରା ଭେରେଷା ମୋଟାଚମ ମ୍ଲାନ ଲେବଡ଼ା ସେଁର୍ରା ଲଜ୍ଜାଶୂନ୍ୟ ସ୍ଥଗ ଓ ଧୂର୍ତ୍ତ ଠଗ ପରା ହେର୍ଷାମୀ ପାଇଁ ହ୍ୱନ୍ତି ଧରା ହେରେସା ଅବା ହେଠମୁହାଁ ଏ ସବୁ ଶବ୍ଦର କିମିଆଁ ଭାଷାକୋଷରୁ ପଢ଼ିଗଲି ସୁଧୀଙ୍କ ପାଇଁ ପରଶିଲି ........... .... .. . ଏହି ପଦ୍ଯରେ ନିର୍ଲଜର ଯେଉଁ ପ୍ରତିଶବ୍ଦ ସବୁ ଯୋଡା଼ଯାଇଛି ସେଗୁଡ଼ିକର ସୂଚୀ ନିମ୍ନରେ ପ୍ରଦାନ କରିଗଲା... ●ଲଜ୍ଯାହୀନ ●ନିର୍ଲଜ ●ଅଲଜ୍...

ବହୁଳ ବ୍ୟବହାରରେ ଇଂରାଜୀ ଶବ୍ଦ Ok

ଇଂରାଜୀ ଭାଷାରେ ବହୁଳ ବ୍ୟବହାରରେ ଥିବା କେତୋଟି ଶବ୍ଦ ମଧ୍ୟରୁ Ok ଶବ୍ଦଟି ଗୋଟିଏ । ଇଂରାଜୀ କାହିଁକି, ପୃଥ୍ବୀର ପ୍ରତିଟି ଆଧୁନିକ ଭାଷାରେ ଏହାର ବହୁଳ ବ୍ୟବହାର ଦେଖାଯାଏ । ଆମ କଥିତ ଓଡ଼ିଆ ଭାଷାରେ Ok କୁ ...