Skip to main content

ଗୁରୁ ଶିଷ୍ୟ

ଯାଠାରୁ ଯେ ବେଶି ଜାଣେ ଗୁରୁ ସେ ତାହାର,
ଯୋଗ୍ଯ ସେହି ପାଇଵାକୁ ଗୁରୁ ଵ୍ଯଵହାର ।

ତହୁଁ ବଡ଼ ତହୁଁ ବଡ଼ ଗୁରୁ ଏ ଜଗତେ,
ନିଜକୁ ଗଣଇ ଜ୍ଞାନୀ ସଦା ଶିଷ୍ୟ ମତେ ।

ଅନନ୍ତ ଜଗତ ଯେଣୁ ଧରି ଗୁରୁବେଶ,
ମାନଵକୁ ଦେଇଥାଏ ନିତି ଉପଦେଶ ।

ଯାହା ଦେଖ ଅଛି ତହିଁ ଶିଖିଵାର କଥା,
ତହୁଁ ଶିକ୍ଷା ଲଭେ ଜ୍ଞାନୀ କରି ନତ ମଥା ।

ଯେ ଦିନୁ ମାନଵଜାତି ସମ୍ଭୂତ ଜଗତେ,
ସେହିଦିନୁ ଚାଲିଛି ତା ଶିକ୍ଷା ଅଵିରତେ ।

ଯାଵତ ନ ହେଵ ନର ଅଵନୀରେ ଲୀନ,
ଶିଖିଵା ଵିଷୟ ତାର ଅଛି ତେତେ ଦିନ ।

ଯେ ଲୋକ ମନରେ ପୋଷେ ଗୁରୁ ଗଉରଵ,
ସେ ଗରଵେ ଜ୍ଞାନ ତାର ହୁଅଇ ଖରଵ ।

ନିଜକୁ ଯେ ନିରନ୍ତର ଶିଷ୍ଯ ରୂପେ ଗଣେ,
ନିଶ୍ଚୟ ସେ ଯୋଗ୍ଯତମ ଗୁରୁ ମଧ୍ଯେ ଜଣେ ।

@ସ୍ଵଭାଵକଵି ଗଙ୍ଗାଧର ମେହେର

Comments

Popular posts from this blog

ନିର୍ଲଜର ଓଡ଼ିଆ ପ୍ରତିଶବ୍ଦ

ନିର୍ଲଜର ଆମ ଭାଷାରେ ଅନେକ ପ୍ରତିଶବ୍ଦ ରହିଛି । ବାଲେଶ୍ଵରଵାସୀ "ଅଲଜ୍ୟା କୁହନ୍ତି ତ କଟକାଞ୍ଚଳରେ #ବେଲଜ୍ଯା ଶୁଣାଯାଏ । କେଉଁଠି ଅଲାଜୁକ କୁହନ୍ତି ତ କେଉଁଠି କେଉଁଠି #ବେହିଆ ମଧ୍ୟ କୁହାଯାଏ । ସାହିତ୍ୟିକ ଶ୍ରୀମାନ୍ ପ୍ରଶାନ୍ତ ଭୂୟାଁ (ପ୍ରଭୂ) ମହାଶୟ ନିର୍ଲଜର ସେଇଭଳି କିଛି ଓଡ଼ିଆ ପ୍ରତିଶବ୍ଦକୁ ପଦ୍ଯାକାରରେ ପ୍ରକାଶ କରିଛନ୍ତି । ନିମ୍ନରେ ପଦ୍ଯଟି ପ୍ରଦାନ କରାଗଲା ।     ✓✓✓✓ସମାର୍ଥବୋଧକ✓✓✓✓ ଲଜ୍ଜା ବିହୁନେ ଲଜ୍ଜାହୀନ ନିର୍ଲଜ୍ଜ ସହ ସେ ସମାନ କେବେ ସେ ହୁଅ ଅଲଜ୍ଜ ସମାର୍ଥ ଶବ୍ଦ ଦେଖ ସଜ କେବେ କେ କହେ ତ୍ୟକ୍ତଲଜ୍ଜ ଥୁବୁଡ଼ା ଯେମନ୍ତେ ନୁର୍ଲ୍ଲଜ ଦଧୃକ କେବେ କେବେ ଧିକ ନେଭଡ଼ା ଆଉ କେବେ ଧୃଷ୍ଟ ନିକଟା ନିକଟି ନିକିଟା ନିକିଟି ନିଠୁଆ ନିକୁଟା ନିର୍ଘୃଣ ନିର୍ଦ୍ଦର ନିର୍ବର ନିଲଠା ନିଲାଜ ବହଳ ବିଶର୍ମା ବିଲଜ୍ଜ ବେଜଡ଼ା ବେଲଜ୍ୟା ବେହିଆ ଅବ୍ରୀଡ଼ା ଭାଣ୍ଡ ଭାରଦା ମୁହଁଚୋରା ଭେଶିଆ ଭେଶଡ଼ା ଭେଶେରା ଭେରେଷା ମୋଟାଚମ ମ୍ଲାନ ଲେବଡ଼ା ସେଁର୍ରା ଲଜ୍ଜାଶୂନ୍ୟ ସ୍ଥଗ ଓ ଧୂର୍ତ୍ତ ଠଗ ପରା ହେର୍ଷାମୀ ପାଇଁ ହ୍ୱନ୍ତି ଧରା ହେରେସା ଅବା ହେଠମୁହାଁ ଏ ସବୁ ଶବ୍ଦର କିମିଆଁ ଭାଷାକୋଷରୁ ପଢ଼ିଗଲି ସୁଧୀଙ୍କ ପାଇଁ ପରଶିଲି ........... .... .. . ଏହି ପଦ୍ଯରେ ନିର୍ଲଜର ଯେଉଁ ପ୍ରତିଶବ୍ଦ ସବୁ ଯୋଡା଼ଯାଇଛି ସେଗୁଡ଼ିକର ସୂଚୀ ନିମ୍ନରେ ପ୍ରଦାନ କରିଗଲା... ●ଲଜ୍ଯାହୀନ ●ନିର୍ଲଜ ●ଅଲଜ୍...

ବହୁଳ ବ୍ୟବହାରରେ ଇଂରାଜୀ ଶବ୍ଦ Ok

ଇଂରାଜୀ ଭାଷାରେ ବହୁଳ ବ୍ୟବହାରରେ ଥିବା କେତୋଟି ଶବ୍ଦ ମଧ୍ୟରୁ Ok ଶବ୍ଦଟି ଗୋଟିଏ । ଇଂରାଜୀ କାହିଁକି, ପୃଥ୍ବୀର ପ୍ରତିଟି ଆଧୁନିକ ଭାଷାରେ ଏହାର ବହୁଳ ବ୍ୟବହାର ଦେଖାଯାଏ । ଆମ କଥିତ ଓଡ଼ିଆ ଭାଷାରେ Ok କୁ ...