Skip to main content

*ଓଡ଼ିଶାର ପ୍ରଥମ ସ୍ଵାଧୀନତା ସଂଗ୍ରାମୀ ଵିପ୍ଳଵୀ କୃଷ୍ଣଭଞ୍ଜ*

ଯେତେବେଳେ ସର୍ଵଭାରତୀୟ ସ୍ଥରରେ ସ୍ଵତନ୍ତ୍ରତା ସଂଗ୍ରାମ କଣ୍ ବୋଲି ସାଧାରଣ ଲୋକ ଜାଣିନଥିଲେ ସେତେବେଳେ ସେ ଓଡ଼ିଶାରେ ପ୍ରଥମ ସ୍ଵାଧୀନତା ସଂଗ୍ରାମର ଶଙ୍ଖନାଦ କରିଥିଲେ । ଯିଏ ଏହି ଶଙ୍ଖନାଦର ଆଦ୍ଯ ଉଦ୍ଘୋଷକ ସେହି ମହାପୁରୁଷଙ୍କ ଜନ୍ମ ଅଵିଭକ୍ତ ଗଞ୍ଜାମର ଘୁମୁସର ରାଜବଂଶରେ ୧୭୧୯ ମସିହାରେ ହୋଇଥିଲା ।

ତାଙ୍କୁ ସମସ୍ତେ ଵିପ୍ଳଵୀ କୃଷ୍ଣଭଞ୍ଜ ନାମରେ ଜାଣନ୍ତି । ସେ ଥିଲେ ଜଣେ ସ୍ଵାଧୀନ ଚେତା ଵୀରପୁରୁଷ । ସେତେଵେଳେ ମରାଠାମାନଙ୍କ ଅଧିନରେ ଓଡ଼ିଶାର ଅନେକ ଅଞ୍ଚଳ ସମେତ ଘୁମୁସର ମଧ୍ୟ ରହିଥିଲା । ମରାଠାମାନେ ୧୭୫୩ମସିହାରେ ଘୁମୁସର ଅଞ୍ଚଳକୁ ସେଠାକାର ରାଜା ଓ ପ୍ରଜାଙ୍କ ଅନୁମତି ନ ନେଇ ଫରାସୀମାନଙ୍କୁ ଵିକ୍ରି କରିଦେଇଥିଲେ ।

ଫରାସୀମାନେ ଘୁମୁସର ରାଜ୍ୟର ସର୍ଵେସର୍ଵା ହୋଇଗଲେ ଫଳରେ କୃଷ୍ଣଭଞ୍ଜ ସମେତ ଅନେକ ସ୍ଵାଧୀନଚେତା ଲୋକେ ସେମାନଙ୍କ ଵିପକ୍ଷରେ ସେହି ଵର୍ଷ ଯୁଦ୍ଧ ଘୋଷଣା କରିଥିଲେ । କୃଷ୍ଣଭଞ୍ଜ ଏହି ଆନ୍ଦୋଳନର ନେତୃତ୍ଵ ନେଇଥିଲେ ।

ଇତିହାସରେ ଏହି ଯୁଦ୍ଧ ପ୍ରଥମ ଘୁମୁସର ଯୁଦ୍ଧ ନାମରେ ଜଣାଶୁଣା ତେବେ ଏହା ଓଡ଼ିଶା ତଥା ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମ ଵିଵେଚିତ ହେଵା ଯୋଗ୍ଯ କାରଣ  ପୂର୍ଵରୁ କେଉଁଠି ବି ୟୁରୋପୀୟ ଜାତୀୟ ଵୈଦେଶିକ ଶାସକଙ୍କ ଵିପକ୍ଷରେ ଏଭଳି ଯୁଦ୍ଧ ହୋଇନଥିଲା ।

ଏ ଯୁଦ୍ଧରେ ଫରାସୀମାନଙ୍କର ଅନେକ କ୍ଷତି ହେଲା ଫଳରେ ବାଧ୍ଯ ହୋଇ ସେମାନେ ଵିପ୍ଳଵୀମାନଙ୍କ ସହ ସନ୍ଧି କଲେ ।  ସନ୍ଧି ଅନୁସାରେ ଵିପ୍ଳଵୀ କୃଷ୍ଣଭଞ୍ଜଙ୍କୁ ଘୁମୁସର ରାଜ୍ୟର ରାଜଭାର ପୁନଃ ପ୍ରଦାନକରାଯାଇଥିଲା କିନ୍ତୁ ପ୍ରକୃତରେ ଶାସନର ସବୁ କ୍ଷମତା ଫରାସୀମାନଙ୍କ ହାତରେ ହିଁ ରହିଥିଲା ।

ତେଵେ ଵିପ୍ଳଵୀ କୃଷ୍ଣଭଞ୍ଜ ଫରାସୀମାନଙ୍କୁ ଏ ଦେଶରୁ ଵିତାଡି଼ତ କରିଵାର ତାଙ୍କ ଭଵିଷ୍ଯତ ଯୋଜନା କାର୍ଯ୍ୟକାରୀ କରିଵା ପାଇଁ ଜାଣିଶୁଣି ଏଭଳି ସନ୍ଧି କରିଥିଲେ ।

ଚାରିଵର୍ଷ ପରେ ୧୭୫୭ ମସିହାରେ ଫରାସୀ ଜେନେରାଲ୍ ଡି. ବସ୍ ଗଞ୍ଜାମର ଵିଭିନ୍ନ ଜମିଦାର ଓ ରାଜାମାନଙ୍କଠାରୁ ସେମାନଙ୍କ ବକାୟା ପାଉଣା ଦେଵାକୁ ବାଧ୍ୟ କଲେ ଏଣେ ସାଧାରଣ ଜନତାଙ୍କ ଉପରେ ମଧ୍ୟ ସେମାନଙ୍କ ଅତ୍ଯାଚାର ଦିନୁଁ ଦିନ ବଢିଵାକୁ ଲାଗିଲା ।

ସେଇ ଵର୍ଷ ନଭେମ୍ବର ମାସରେ ଅନେକ ଜମିଦାର ,ଓଡ଼,ବେଣାଏତ ଓ କାଳାଞ୍ଜୀ ଯୋଦ୍ଧା ତଥା ସ୍ଥାନୀୟ ଵିପ୍ଳଵୀମାନେ କୃଷ୍ଣଭଞ୍ଜଙ୍କ ନେତୃତ୍ୱରେ  ଫରାସୀଵାହିନୀଙ୍କ ଵିପକ୍ଷରେ ଭୀଷଣ ଯୁଦ୍ଧ କରିଥିଲେ ।

ଫରାସୀଵାହିନୀକୁ କୌଣସି ପ୍ରକାରେ ଘୁମୁସରର ଘନ ଜଙ୍ଗଲ ମଧ୍ୟକୁ ଆଣି ସେମାନଙ୍କୁ ଗରିଲା ଯୁଦ୍ଧ ବଳରେ ପ୍ରତିହତ କରିଵାର ଯୋଜନା ହୋଇଥାଏ । ପ୍ରଥମେ ପ୍ରଥମେ ଏଥିଯୋଗୁଁ ଫରାସୀଵାହିନୀକୁ ଅନେକ କ୍ଷତି ସହିଵାକୁ ହେଲା । ଫରାସୀମାନେ ଵିପ୍ଳଵୀ କୃଷ୍ଣଭଞ୍ଜଙ୍କ ଜଣେ ଚାକରକୁ ଧନଲୋଭ ଦେଇ ତାହାଠାରୁ ଵିପ୍ଳଵୀମାନଙ୍କ ଜଙ୍ଗଲଦୁର୍ଗ ଵିଷୟରେ ସବୁ ଜାଣିଲେ ।

ଯୁଗେ ଯୁଗେ ଵିଶ୍ଵାସଘାତକଙ୍କ ଯୋଗୁଁ ବଡ଼ ବଡ଼ ଯୁଦ୍ଧରେ ଵିଜୟୀ ପକ୍ଷ ପରାଜିତ ହୋଇଛି । ଵିପ୍ଳଵୀ କୃଷ୍ଣଭଞ୍ଜ ମଧ୍ୟ ନିଜ ଵିଶ୍ଵାସଘାତକ ଭୃତ୍ଯ ଯୋଗୁଁ ବନ୍ଦୀ ହେଲେ ଓ  
୧୭୭୩ ମସିହାରେ ତାଙ୍କର ଦେହାଵସାନ ହୋଇଥିଲା ।
ରାଜା କୃଷ୍ଣଭଞ୍ଜଙ୍କର ସୁପୁତ୍ର ଵିକ୍ରମ ଭଞ୍ଜ ଏହାର କେତେକ ଵର୍ଷପରେ ଇଂରେଜମାନଙ୍କ ଵିପକ୍ଷରେ ଆନ୍ଦୋଳନ କରି ଦୁଇଵର୍ଷକାଳ ସେମାନଙ୍କୁ ହନ୍ତସନ୍ତ କରିପକାଇଥିଲେ । ସେ ଥରେ ଏକାକି ପଡୋ଼ଶୀ ମରହଟ୍ଟା ଅଞ୍ଚଳରେ ଆତର୍କିତ ଆକ୍ରମଣ କରି କୋଡି଼ଏ ଜଣ ଇଂରେଜ ସୈନିକ ସମେତ ଅନେକ ସିପାହୀଙ୍କୁ ମାରିଦେଇଥିଲେ ।

ଅଵଶ୍ୟ ଓଡ଼ିଶାର ଘୁମୁସର ଭଳି ତାମିଲନାଡୁରେ ମଧ୍ୟ ଵିପ୍ଳଵୀ Maveeran Alagumuthu Kone ୧୭୫୭ରେ ଇଂରେଜମାନଙ୍କ ଵିପକ୍ଷରେ ଯୁଦ୍ଧ କରି ନିହତ ହୋଇଥିଲେ ।

ତେଵେ ଦୁଃଖ ଓ ପରିତାପର ଵିଷୟ ଆଜି ତାମିଲ୍ ଯୋଦ୍ଧା Maveeran Alagumuthu Koneଙ୍କ ନାଆଁଟି ଅଳ୍ପବହୁତେ ଜଣାଶୁଣା ଥିଵାଵେଳେ ଓଡ଼ିଶାର ପ୍ରଥମ ସ୍ଵାଧୀନତା ସଂଗ୍ରାମୀ ରାଜାକୃଷ୍ଣଚନ୍ଦ୍ର ଭଞ୍ଜଙ୍କ ନାମ ଭାରତ କଣ୍ ଓଡ଼ିଶାରେ ସୁଦ୍ଧା ଅନେକ ଲୋକଙ୍କୁ ଜଣାନଥିଵ । ଓଡ଼ିଶାର ଏହି ଵୀର ସଂଗ୍ରାମୀଙ୍କ ଵିଷୟରେ ସମସ୍ତେ କେମିତି ଅଧିକରୁ ଅଧିକ ଜାଣିଵେ ସେଥିପାଇଁ ସର୍ଵଭାରତୀୟ ସ୍ଥରରେ ପ୍ରଚେଷ୍ଟା କରିଵା ପ୍ରତ୍ୟେକ ଓଡ଼ିଆଙ୍କ କର୍ତ୍ତଵ୍ଯ ।

© ଶିଶିର ସାହୁ ମନୋଜ
କନ୍ତିଓ,୭୫୯୦୨୬

Comments

Popular posts from this blog

ଗୁରୁ ଶିଷ୍ୟ

ଯାଠାରୁ ଯେ ବେଶି ଜାଣେ ଗୁରୁ ସେ ତାହାର, ଯୋଗ୍ଯ ସେହି ପାଇଵାକୁ ଗୁରୁ ଵ୍ଯଵହାର । ତହୁଁ ବଡ଼ ତହୁଁ ବଡ଼ ଗୁରୁ ଏ ଜଗତେ, ନିଜକୁ ଗଣଇ ଜ୍ଞାନୀ ସଦା ଶିଷ୍ୟ ମତେ । ଅନନ୍ତ ଜଗତ ଯେଣୁ ଧରି ଗୁରୁବେଶ, ମାନଵକୁ ଦେଇଥା...

ନିର୍ଲଜର ଓଡ଼ିଆ ପ୍ରତିଶବ୍ଦ

ନିର୍ଲଜର ଆମ ଭାଷାରେ ଅନେକ ପ୍ରତିଶବ୍ଦ ରହିଛି । ବାଲେଶ୍ଵରଵାସୀ "ଅଲଜ୍ୟା କୁହନ୍ତି ତ କଟକାଞ୍ଚଳରେ #ବେଲଜ୍ଯା ଶୁଣାଯାଏ । କେଉଁଠି ଅଲାଜୁକ କୁହନ୍ତି ତ କେଉଁଠି କେଉଁଠି #ବେହିଆ ମଧ୍ୟ କୁହାଯାଏ । ସାହିତ୍ୟିକ ଶ୍ରୀମାନ୍ ପ୍ରଶାନ୍ତ ଭୂୟାଁ (ପ୍ରଭୂ) ମହାଶୟ ନିର୍ଲଜର ସେଇଭଳି କିଛି ଓଡ଼ିଆ ପ୍ରତିଶବ୍ଦକୁ ପଦ୍ଯାକାରରେ ପ୍ରକାଶ କରିଛନ୍ତି । ନିମ୍ନରେ ପଦ୍ଯଟି ପ୍ରଦାନ କରାଗଲା ।     ✓✓✓✓ସମାର୍ଥବୋଧକ✓✓✓✓ ଲଜ୍ଜା ବିହୁନେ ଲଜ୍ଜାହୀନ ନିର୍ଲଜ୍ଜ ସହ ସେ ସମାନ କେବେ ସେ ହୁଅ ଅଲଜ୍ଜ ସମାର୍ଥ ଶବ୍ଦ ଦେଖ ସଜ କେବେ କେ କହେ ତ୍ୟକ୍ତଲଜ୍ଜ ଥୁବୁଡ଼ା ଯେମନ୍ତେ ନୁର୍ଲ୍ଲଜ ଦଧୃକ କେବେ କେବେ ଧିକ ନେଭଡ଼ା ଆଉ କେବେ ଧୃଷ୍ଟ ନିକଟା ନିକଟି ନିକିଟା ନିକିଟି ନିଠୁଆ ନିକୁଟା ନିର୍ଘୃଣ ନିର୍ଦ୍ଦର ନିର୍ବର ନିଲଠା ନିଲାଜ ବହଳ ବିଶର୍ମା ବିଲଜ୍ଜ ବେଜଡ଼ା ବେଲଜ୍ୟା ବେହିଆ ଅବ୍ରୀଡ଼ା ଭାଣ୍ଡ ଭାରଦା ମୁହଁଚୋରା ଭେଶିଆ ଭେଶଡ଼ା ଭେଶେରା ଭେରେଷା ମୋଟାଚମ ମ୍ଲାନ ଲେବଡ଼ା ସେଁର୍ରା ଲଜ୍ଜାଶୂନ୍ୟ ସ୍ଥଗ ଓ ଧୂର୍ତ୍ତ ଠଗ ପରା ହେର୍ଷାମୀ ପାଇଁ ହ୍ୱନ୍ତି ଧରା ହେରେସା ଅବା ହେଠମୁହାଁ ଏ ସବୁ ଶବ୍ଦର କିମିଆଁ ଭାଷାକୋଷରୁ ପଢ଼ିଗଲି ସୁଧୀଙ୍କ ପାଇଁ ପରଶିଲି ........... .... .. . ଏହି ପଦ୍ଯରେ ନିର୍ଲଜର ଯେଉଁ ପ୍ରତିଶବ୍ଦ ସବୁ ଯୋଡା଼ଯାଇଛି ସେଗୁଡ଼ିକର ସୂଚୀ ନିମ୍ନରେ ପ୍ରଦାନ କରିଗଲା... ●ଲଜ୍ଯାହୀନ ●ନିର୍ଲଜ ●ଅଲଜ୍...

ବହୁଳ ବ୍ୟବହାରରେ ଇଂରାଜୀ ଶବ୍ଦ Ok

ଇଂରାଜୀ ଭାଷାରେ ବହୁଳ ବ୍ୟବହାରରେ ଥିବା କେତୋଟି ଶବ୍ଦ ମଧ୍ୟରୁ Ok ଶବ୍ଦଟି ଗୋଟିଏ । ଇଂରାଜୀ କାହିଁକି, ପୃଥ୍ବୀର ପ୍ରତିଟି ଆଧୁନିକ ଭାଷାରେ ଏହାର ବହୁଳ ବ୍ୟବହାର ଦେଖାଯାଏ । ଆମ କଥିତ ଓଡ଼ିଆ ଭାଷାରେ Ok କୁ ...